ନୂଆଦିଲ୍ଲୀ,୨୬ /୧୦ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଜି ୨୪ ଘଣ୍ଟାରେ ୪୫ ହଜାର ୧୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୦ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ରେ ପହଞ୍ଚିଛି। ଏଥିସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦କୁ ବୃଦ୍ଧି ପାଇଛି। ମୋଟ ୬ ଲକ୍ଷ ୫୩ ହଜାର ୭୧୭ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୧ ଲକ୍ଷ ୩୭ ହଜାର ୨୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।