ଭୁବନେଶ୍ୱର, ୨୬/୧୦ : ରାଜ୍ୟରେ ଆଜି ୧୪୮୦ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୬୨୨ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୮୫୮ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ୧୪୮୦ଟି ନୂଆ ମାମଲା ସହ ଓଡ଼ିଶାର ମୋଟ କରୋନା ସଂକ୍ରମଣ ମାମଲା ସଂଖ୍ୟା ୨ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି । ଏହା ମଧ୍ୟରୁ ସକ୍ରିୟ ସଂକ୍ରମଣ ସଂଖ୍ୟା ୧୭୨୮୧ ଥିବାବେଳେ ୨୬୪୧୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଚିହ୍ନଟ ହୋଇଥିବା ୧୪୮୦ଟି ନୂଆ ମାମଲା ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୪୯ଜଣ, ଭଦ୍ରକ ଜିଲ୍ଲାରୁ ୨୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୪ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୦୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଝଣ, ଜଗତସିଂହପୁର ଜିଲ୍ଲାରୁ ୭୨ଜଣ, ଯାଜପୁର ଜିଲ୍ଲାରୁ ୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୮୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୦ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୪ଜଣ, ପୁରୀ ଜିଲ୍ଲାରୁ ୪୭ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ରାଜ୍ୟ ପୁଲରୁ ୨୬ଟି ମାମଲା ଚିହ୍ନଟ ହୋଇଛି ।