ରାଜ୍ୟରୁ ଆଜି ସୁସ୍ଥ ହେଲେ ୨୦୦୩ ଜଣ କରୋନା ଆକ୍ରାନ୍ତ, ୨ ଲକ୍ଷ ୬୬ ହଜାର ୧୦୫ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୨୬/୧୦ : ରାଜ୍ୟରୁ ଆଜି ୨୦୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୨ ଲକ୍ଷ ୬୬ ହଜାର ୧୦୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।