ବିବାହ ଉତ୍ସବରୁ ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ : ୬ ମୃତ, ୯ ଗୁରୁତର

ଆନ୍ଧ୍ରପ୍ରଦେଶ, ୩୦/୧୦ : ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲା ଅନ୍ତର୍ଗତ ଗୋକାଭରମ ମଣ୍ଡଳ ଅଂଚଳର ଥାଣ୍ଟିକୋଣ୍ଡା ଗାଁରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିବାହ ମହୋତ୍ସବରୁ ଫେରୁଥିବା ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଭ୍ୟାନରେ ଥିବା ମୋଟ ୧୫ ଜଣ ଯାତ୍ରୀ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କର ସହାୟତାରେ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।