ରାଜ୍ୟରୁ ସୁସ୍ଥ ହେଲେ ୧୮୧୫ ଜଣ କରୋନା ଆକ୍ରାନ୍ତ, ୨ ଲକ୍ଷ ୭୭ ହଜାର ୫୬୪ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୧/୧୧ : ରାଜ୍ୟରେ ଆଜି ୧୮୧୫ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୨ ଲକ୍ଷ ୭୭ ହଜାର ୫୬୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।