ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୧୨/୧୧ : ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫.୩୦ରେ ଏହି ବୈଠକ ବସିବ । ମନ୍ତ୍ରୀମାନେ ମଧ୍ୟ ଅନଲାଇନରେ ଏହି ବୈଠକରେ ଭାଗ ନେବେ। ମୁଖ୍ୟ ସଚିବ ଓ ଅନ୍ୟ ଉଚ୍ଚ ଅଧିକାରୀମାନେ ସଚିବାଳୟରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ କରାଯାଇପାରେ ବୋଲି ସୂଚନା ମିଳିଛି।