ରାଜ୍ୟରୁ ସୁସ୍ଥ ହେଲେ ୧୫୦୪ କରୋନା ଆକ୍ରାନ୍ତ, ୨ ଲକ୍ଷ ୯୫ ହଜାର ୨୪୫ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୧୩/୧୧ : ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୦୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୨ ଲକ୍ଷ ୯୫ ହଜାର ୨୪୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।