ନୂଆଦିଲ୍ଲୀ, ୧୪/୧୧ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୫ କୋଟି ୩୭ ଲକ୍ଷ ୨୯ ହଜାର ୫୮୬ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୩ ଲକ୍ଷ ୮ ହଜାର ୫୬୩ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୭୫ ଲକ୍ଷ ୮ ହଜାର ୪୫୮ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୧ କୋଟି ୪୯ ଲକ୍ଷ ୧୨ ହଜାର ୫୬୫ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୧ ଲକ୍ଷ ୯ ହଜାର ୧୬୦ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୧ ହଜାର ୭୪୨ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୪୯ ହଜାର ୨୦୬ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୬୭ ଲକ୍ଷ ୮୩ ହଜାର ୭୩୫ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୦ ଲକ୍ଷ ୨୮ ହଜାର ୩୪।