ଭୁବନେଶ୍ୱର, ୧୪/୧୧ : ଆଜି ହେଉଛି ଆଲୋକର ପର୍ବ ଦୀବାପଳି । କରୋନା ସଙ୍କଟ ମଧ୍ୟରେ ଆଜି ସାରା ଦେଶରେ ପାଳନ ହେଉଛି ଏହି ପର୍ବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଦୀପାବଳି ଉପଲକ୍ଷେ ଶୁକ୍ଷେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।