ରାଜ୍ୟରେ ଆଜି ୯୦୨ କରୋନା ପଜିଟିଭ୍ ଚିହ୍ନଟ, ୩ ଲକ୍ଷ ୭ ହଜାର ୯୦୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୧୪/୧୧ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ କମିବାରେ ଲାଗିଛି । ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମୁଛି । ରାଜ୍ୟରୁ ଆଜି ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୨୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୩୭୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୯୦୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୯୦୬କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୧୧୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୫୨୪୫ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।