ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା, ୧୫୦୦ ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୧୪/୧୧ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।