ଭୁବନେଶ୍ୱର, ୧୫/୧୧ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ କମିବାରେ ଲାଗିଛି । ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମୁଛି । ରାଜ୍ୟରୁ ଆଜି ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୩୧୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୭୫୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ୬୫୯କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୧୦୫୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୬୫୧୬ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।