ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୧୫୨୭କୁ ବୃଦ୍ଧି

ଭୁବନେଶ୍ୱର, ୧୫/୧୧ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୭ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ, ଢ଼େଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।