ଭୁବନେଶ୍ୱର, ୧୭/୧୧ : ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ଟପିଛି । ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୧୫ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୪୭୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୪୪ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୪୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।