ରାଜ୍ୟରେ ଆଜି ସୁସ୍ଥ ହେଲେ ୬୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୪/୧୧ : ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ନିୟନ୍ତ୍ରଣରେ ଆସୁଥିବା ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୪୮ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୭ ହଜାର ୩୭୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।