ରାଜ୍ୟରେ ଆଜି ସୁସ୍ଥ ହେଲେ ୭୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୫/୧୧ : ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ନିୟନ୍ତ୍ରଣରେ ଆସୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୨୮ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୮ ହଜାର ୧୦୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।