ଭୁବନେଶ୍ୱର, ୮/୧୨ : ରାଜ୍ୟରେ କରୋନାର ପ୍ରକୋପ କମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ 523 ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୧୬ ହଜାର ୯୭୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି।