ରାଜ୍ୟରେ ଆଜି ଆଉ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୮/୧୨ : ରାଜ୍ୟରେ କରୋନାରେ ପୁଣି ୪ଜଣଙ୍କର ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ଯେଉଁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଛି ସେମାନଙ୍କ ମଧ୍ୟରେ ଭୁବନେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି । ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।