ଭୁବନେଶ୍ୱର, ୧୯/୧୨ : ରାଜ୍ୟରେ ଆଜି ପୁଣି ୩୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୫୭ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୮୬୧ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୦୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।