ଭୁବନେଶ୍ୱର, ୨୦/୧୨ : ରାଜ୍ୟରେ କରୋନାର ପ୍ରକୋପ କମିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୮ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୨୧ ହଜାର ୬୪୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି।