ନୂଆଦିଲ୍ଲୀ,୩୧/୧୨: ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ମେ ୪ରୁ ଆରମ୍ଭ ହୋଇ ଜୁନ ୧୦ ପର୍ଯ୍ୟନ୍ତ ଚାଲିବ ଏବଂ ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଘୋଷଣା କରିଛନ୍ତି ।
ପୂର୍ବରୁ ଶିକ୍ଷାମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫଲାଇନ ମୋଡରେ ହିଁ ହେବ । କାରଣ ଅନେକ ପରୀକ୍ଷା କେନ୍ଦ୍ର ଗ୍ରାମାଞ୍ଚଳରେ ରହିଛି । ଅନ୍ୟପକ୍ଷରେ ପରୀକ୍ଷାକୁ ବାତିଲ କରି ପିଲାମାନଙ୍କୁ ପାସ କଲେ ତାହା ପିଲାମାନଙ୍କ ପ୍ରତି ଅବିଚାର ହେବ । ଏହା ସେମାନଙ୍କୁ ଉଚ୍ଚ ଶିକ୍ଷା, ଚାକିରି ଆଦି ବେଳେ ସମସ୍ୟାରେ ପକାଇପାରେ । ଏଣୁ ପରୀକ୍ଷା କୌଣସି ପରିସ୍ଥିତିରେ ବି ରଦ୍ଦ କରାଯିବ ନାହିଁ ବୋଲି ମନ୍ତ୍ରୀ କହିଥିଲେ । ସେହିପରି ପିଲାଙ୍କ ସୁବିଧା ପାଇଁ ଏବର୍ଷ ପାଠ୍ୟକ୍ରମକୁ ୩୦ ପ୍ରତିଶତ ହ୍ରାସ କରାଯାଇଛି ।