ସମ୍ବଲପୁର,୩୧/୧୨ : ଆସନ୍ତା ୨ ତାରିଖ ଶନିବାର ଦିନ ସମ୍ବଲପୁର IIM କ୍ୟାମ୍ପସ୍ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ହେବ ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇଲେ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ, କେନ୍ଦ୍ର ଏମ୍ଏସ୍ଏମ୍ଇ, ପ୍ରାଣୀସମ୍ପଦ ଓ ମତ୍ସ୍ୟବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଭର୍ଚୁଆଲ ମାଧ୍ୟମରେ ପ୍ରାୟ ୫ ହଜାର ନିମନ୍ତ୍ରିତ ଅତିଥି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଆଜି ସାମ୍ବାଦିକ ସମ୍ମିଳନୀରେ ଆଇଆଇଏମ୍ ସମ୍ବଲପୁରର ନିର୍ଦ୍ଦେଶକ ଶ୍ରୀ ଜୟଶ୍ୱାଲ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।