ଆଗାମୀ ୨ ମାସ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୬/୧: ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍‌ ଡାଉନ ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡ ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଏହି ସଫଳତା ପାଇଁ ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ। ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି ।