ରାଜ୍ୟରୁ ଆଜି ସୁସ୍ଥ ହେଲେ ଆଉ ୨୨୪ କରୋନା ସଂକ୍ରମିତ

ଭୁବନେଶ୍ୱର, ୨୧/୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୩୦ ହଜାର ୫୪୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।