ନୂଆଦିଲ୍ଲୀ, ୩୧ /୧ : ଦେଶରେ ଆଜି ୧୩ ହଜାର ୦୫୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୦୭ ଲକ୍ଷ ୪୬ ହଜାର ୧୮୩କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୬୮ ହଜାର ୭୮୪ ରହିଛି । ସେହିପରି ସକ୍ରିୟ ସଂକ୍ରମିତଙ୍କ ହାର ୧.୫୭% ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ୧୨୭ ଜଣ କରୋନା ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୪ ହଜାର ୨୭୪କୁ ବୃଦ୍ଧି ପାଇଛି। ଦେଶରେ କରୋନା ଜନିତ ମୃତ୍ୟୁହାର ୧.୪୪% ରହିଛି। ଯାହାକି ବିଶ୍ବରେ ସବୁଠାରୁ କମ୍। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ହଜାର ୮୦୮ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୦୪ ଲକ୍ଷ ୨୩ ହଜାର ୧୨୩କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୬.୯୯% ରହିଛି।