ଭୁବନେଶ୍ୱର, ୩୧/୧ : ରାଜ୍ୟରେ ଆଜି ପୁଣି ୧୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୪୬ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୦୭୨ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୩୧ ହଜାର ୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୫୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।