ଜୟପୁର: କୋରାପୁଟ ଜିଲାରେ ପିକ୍ଅପ୍ ଭ୍ୟାନ୍ ଓଲଟି ୯ଜଣଙ୍କ ମୃତ ହୋଇଥିବା ସୂଚନାମିଳିଛି । ଛତିଶଗଡ଼ ସିନ୍ଧିଗୁଡ଼ାରୁ ଦଶାହକାମ ସାରି କୋରାପୁଟ ଫେରୁଥିବାବେଳେ କୋଟପାଡ ବ୍ଲକ ଅନ୍ତର୍ଗତ ମୁର୍ତ୍ତାହାଣ୍ଡି ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି। ଏହି ପିକ୍ଅପ୍ ଭ୍ୟାନ୍ରେ ପ୍ରାୟ ୨୫ ଜଣ ଯାତ୍ରୀ ଫେରୁଥିଲେ। ଭାରସାମ୍ୟ ହରାଇ ପିକ୍ଅପ୍ ଭ୍ୟାନ୍ଟି ଓଲଟି ପଡ଼ିବା ପରେ ୯ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୧୧ରୁ ଅଧିକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।
ତେବେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି। ଆହତଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ଆହତମାନଙ୍କୁ ସ୍ଥାନୀୟ ମେଡ଼ିକାଲକୁ ଚିକିତ୍ସା ପାଇଁ ନିଆଯାଇଥିବା ସୂଚନା ମିଳିଛି । ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି ।