ରାଜ୍ୟରୁ ଆଜି ସୁସ୍ଥ ହେଲେ ଆଉ ୧୩୬ କରୋନା ସଂକ୍ରମିତ

ଭୁବନେଶ୍ୱର, ୧/୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୬ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୩୨ ହଜାର ୨୩୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।