କରୋନା ଭାଇରସ : ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୩୯ ଲକ୍ଷ, ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ୪୭ ହଜାର

ନୂଆଦିଲ୍ଲୀ, ୨/୨ : କରୋନା ଭାଇରସ ଯୋଗୁଁ ବିଶ୍ୱରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ କୋଟି ୩୯ ଲକ୍ଷ ୨୧ ହଜାର ୮୧୩ରେ ପହଞ୍ଚିଛି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ୮ଟା ପର୍ଯ୍ୟନ୍ତ ୨୨ ଲକ୍ଷ ୪୭ ହଜାର ୦୧୮ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୭ କୋଟି ୫୭ ଲକ୍ଷ ୧୨ ହଜାର ୭୭୫ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୨ କୋଟି ୫୯ ଲକ୍ଷ ୫୭ ହଜାର ୦୧୧ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୧ ଲକ୍ଷ ୭ ହଜାର ୬୧୩ ହେଉଛନ୍ତି ଗୁରୁତର ରୋଗୀ ।