ଦେଶରେ ଆଜି ୧୨ ହଜାର ୪୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଆରୋଗ୍ୟ ହାର ୯୭.୧୬%କୁ ବୃଦ୍ଧି

ନୂଆଦିଲ୍ଲୀ, ୫/୨ : ଦେଶରେ ଆଜି ୧୨ ହଜାର ୪୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୦୮ ଲକ୍ଷ ୦୨ ହଜାର ୫୯୧କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୫୧ ହଜାର ୪୬୦ ରହିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୨୦ ଜଣ କରୋନା ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୪ ହଜାର ୮୨୩କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ହଜାର ୮୫୩ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୦୪ ଲକ୍ଷ ୯୬ ହଜାର ୩୦୮କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୭.୧୬% ରହିଛି।