ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚାଲିଥିବା ୧୮୩ ହସ୍ପିଟାଲ ବାଦ୍ ପଡିଯିବା ଆଶଙ୍କା

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲରେ ଟିକାକରଣ ହେବାକୁ ଥିବାରୁ ରାଜ୍ୟର ୧୮୩ ଘରୋଇ ହସ୍ପିଟାଲ ବାଦ୍ ପଡିଯିବା ଆଶଙ୍କା ରହିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କୋଭିଡ୍ ଟୀକାକରଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି। ତେଣୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚାଲିଥିବା ୧୮୩ ହସ୍ପିଟାଲକୁ ସାମିଲ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟ ସଚିବରାଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି।

ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିବାରୁ ଓଡ଼ିଶାରେ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକରଣ ନେଇ ସମସ୍ୟା ଦେଖାଦେଇଛି । ଏଠାରେ ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ୟ୍ୟକାରୀ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ବିଏସକେୱାଇରେ ସାମିଲ ୧୮୩ ଘରୋଇ ହସ୍ପିଟାଲରେ କରୋନା ଟିକାକରଣ ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। କରୋନା ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କ ତାଲିକା ଅନୁଯାୟୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକେନ୍ଦ୍ର କରିବାକୁ କୁହାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।