ଭୟଙ୍କର ହେଲାଣି କରୋନା, ଦେଶରେ ଆଜି ୭୨ ହଜାର ୩୩୦ କରୋନା ସଂକ୍ରମିତ ଚିହ୍ନଟ, ୪୫୯ ମୃତ

ନୂଆଦିଲ୍ଲୀ,୧/୪: ଦେଶରେ ଭୟଙ୍କର ହେଲାଣି କରୋନା । ଆଜି ଦେଶରେ ୭୨ହଜାର ୩୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫୯ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୪୫୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୨ ଲକ୍ଷ ୨୧ ହଜାର ୬୬୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭ରେ ପହଞ୍ଚିଛି। ସମୁଦାୟ ସୁସ୍ଥତା ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୮୩ରୁ ଅଧିକ ହୋଇଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୮୪୦୫୫ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୫୧୧୭୮୯୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।