ପିପିଲି : ବାଇକରୁ ୫୦ଲକ୍ଷ ଟଙ୍କା ଜବତ, ଦୁଇ ଯୁବକ ଅଟକ

ପିପିଲି, ୫/୪: ପିପିଲି ତରାକାଜ ଛକରୁ ୫୦ ଲକ୍ଷ ଟଙ୍କା ଜବତ ହୋଇଛି । ବାଇକ୍ ରେ ଯାଉଥିବା ବେଳେ ଟଙ୍କା ଜବତ ହୋଇଛି । ଘଟଣାରେ ଦୁଇ ଜଣ ଯୁବକ ଅଟକ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ଅପ୍ରେଲ ୧୭ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ଲାଗି ନିର୍ବାଚନ ଆଚରଣ ବିଧି ମଧ୍ୟ ଲାଗୁ ହୋଇସାରିଛି । ବିଭିନ୍ନ ରାଜନୈତିକ ଦଳ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି । ୩ ପ୍ରମୁଖ ରାଜନୈତିକ ଦଳ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ଶତ ପ୍ରତିଶତ ଚେଷ୍ଟା ଜାରି ରଖିଛନ୍ତି ।

ଏହି ସମୟରେ ପିପିଲି ତରାକାଜ ଛକରୁ ୫୦ ଲକ୍ଷ ଟଙ୍କା ଜବତ ହୋଇଛି । ବାଇକ୍ରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ସନ୍ଦେହ ହେବାରୁ ସେମାନଙ୍କୁ ଅଟକାଇଥିଲା ପୋଲିସ । ତେବେ ସେମାନଙ୍କ ନିକଟରୁ ୫୦ ଲକ୍ଷ ଟଙ୍କା ଜବତ ହୋଇଛି । ଏହାସହ ଦୁଇ ଯୁବକଙ୍କୁ ଅଟକ ରଖିଛି ପୋଲିସ । ସେମାନେ ଏତେ ଟଙ୍କା କେଉଁଠୁ ଆଣିଲେ କାହାକୁ ଦେବା ପାଇଁ ନେଉଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୋଲିସ ଏ ନେଇ ଖୋଳତାଡ ଜାରି ରଖିଛି ।