ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା

ନୂଆଦିଲ୍ଲୀ,୧୪ /୪ : ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏବର୍ଷ ସମସ୍ତଙ୍କର ଆଶା ଆକାଙ୍‌କ୍ଷା ପୂରଣ ହେଉ ବୋଲି ପ୍ରାର୍ଥନା କରିଛନ୍ତି। ଉଭୟ ଇଂରାଜୀ ଏବଂ ଓଡ଼ିଆ ଭାଷାରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ବା ପଣାସଂକ୍ରାନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା।

ନୂଆବର୍ଷରେ ଆପଣମାନଙ୍କର ସମସ୍ତ ମନସ୍କାମନା ପୂର୍ଣ୍ଣ ହେଉ, ଏହା ହିଁ ମୋର ପ୍ରାର୍ଥନା। ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରୁଛି।