ପିପିଲି ଉପନିର୍ବାଚନରେ ରାଲି କରିବନି ବିଜେଡି, ଘୋଷଣା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୯ /୪ : ପିପିଲି ଉପନିର୍ବାଚନରେ ବିଜେଡି ରାଲି ଓ କ୍ୟାମ୍ପେନିଂ ମିଟିଂ କରିବ ନାହିଁ । ଆଜି ଏଭଳି ଏକ ବଡ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣ ପାଇଁ ବିଜେଡି ରାଲି ଓ କ୍ୟାମ୍ପେନିଂରୁ ଦୂରେଇ ରହିବ ବୋଲି ନବୀନ କହିଛନ୍ତି । ଆଜି ଟ୍ୱିଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି | ନବୀନ ଟ୍ୱିଟରେ ଲେଖିଛନ୍ତି ଯେ ବିଜେଡି ଏକ ଦାୟିତ୍ୱବାନ ଦଳ । ଲୋକଙ୍କ ଜୀବନକୁ ଦଳ ବିପଦରେ ପକାଇବ ନାହିଁ ।

ଲୋକଙ୍କ ଜୀବନ ଅତି ମୂଲ୍ୟବାନ ହୋଇଥିବା ବେଳେ ଆମେ ଲୋକଙ୍କ ସେବା ପାଇଁ ନିର୍ବାଚନ ଲଢୁଛୁ। କିନ୍ତୁ ନିର୍ବାଚନ ପ୍ରଚାରରେ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଉଛି, ସେତେବେଳେ ମୁଁ ରାଜନୈତିକ ଦଳମାନଙ୍କୁ ଓ ନିର୍ବାଚନ କମିସନଙ୍କୁ ଅନୁରୋଧ କରିବି ଯେ ସେ ପ୍ରଚାରର ଅବଧି ଓ ପଦ୍ଧତି ଉପରେ ପୁନର୍ବିଚାର କରନ୍ତୁ ।