ଆଜିର ରାଶିଫଳ (ସୋମବାର)

ତା : ୨୬/ ୪/ ୨୦୨୧

ମେଷ: ଶୁଭଖବର ପାଇ ଖୁସି ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ।ଶତ୍ରୁଭୟ ଉପୁଜି ପାରେ। ଭାଇମାନଙ୍କ ପୂର୍ଣ୍ଣ ସହଯୋଗ ପାଇ ଶତ୍ରୁକୁ ପରାଜିତ କରି, ମାନସିକ ଶାନ୍ତି ଫେରି ପାଇବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

ବୃଷ: ଶାସ୍ତ୍ରାଦି ପୁସ୍ତକ ପାଇ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। ବିନୀତ ସ୍ୱଭାବ ସମ୍ପନ୍ନ ଓ ଧନ ଲାଭକାରୀ ହୋଇପାରନ୍ତି।

ମିଥୁନ: ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ନିଜକୁ କଳହ ମୁକ୍ତ ରଖିବାକୁ ଚେଷ୍ଟା କରିବେ। ସନ୍‍ମାର୍ଗୀ ହୋଇ ଶ୍ରେଷ୍ଠ ପଦାସୀନ ହୋଇପାରନ୍ତି। ଦୃଢ଼ ପରାକ୍ରମୀ ହେବେ।

କର୍କଟ: ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭ କାର୍ଯ୍ୟ ପାଇ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ଭଗବତ ପ୍ରେମୀ ହେବେ। ସୁଖୀ ହେବେ। ଅଳ୍ପକେ ସନ୍ତୁଷ୍ଟ ହୋଇପାରନ୍ତି। ଦେବ ଦର୍ଶନର ସୁଯୋଗ ମିଳିବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ସିଂହ: ମୂଲ୍ୟବାନ୍‍ ଧାତୁ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ। ରାଜପ୍ରସାଦ ଭଳି ଗୃହ ସୁଖ ପାଇ ଖୁସି ହେବେ।ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। କୀର୍ତ୍ତିମାନ୍‍ ହେବେ। ବହୁ ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।

କନ୍ୟା: ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଆୟ ଆଶାନୁରୂପ ହେବ। ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ। ଦାମ୍ପତ୍ୟ ସୁଖ ମିଳିବ।

ତୁଳା: ପରୋପକାର କରିବାକୁ ପାଇ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଯାତ୍ରା ଶୁଭଦାୟକ ହେବ। ସମରକ୍ଷେତ୍ରରେ ପାରଙ୍ଗମ ହେବେ। ମଧୁର କଥାରେ ପରକୁ ଆପଣାର କରିବେ।

ବିଛା: ସୁସମ୍ବାଦ ଶୁଣି ଖୁସି ହେବେ। ଅଧିକ ଅଭିଜ୍ଞତା ଅର୍ଜନ ଯାଇ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହୋଇପାରେ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ଧନୁ: କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶ୍ରମ ସାର୍ଥକ ହେବ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।

ମକର: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି।ସେବା ପୂଜାରେ ନିମଗ୍ନ ହୋଇପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ।

କୁମ୍ଭ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସତ୍ୟ ବକ୍ତା ଓ ବିଳାସ ପ୍ରିୟ ହେବେ। ଆସ୍ତିକ ଓ ଗଣିତଜ୍ଞ ହୋଇପାରନ୍ତି। ଆର୍ଥିକ ସଙ୍କଟ ଦେଖାଦେଇ ପାରେ। ମିତବ୍ୟୟୀ ହେବେ। ଅଷ୍ଟମଚନ୍ଦ୍ରର ଦୁଷ୍ପଭାବ କ୍ଷୁଣ୍ଣ ହୋଇପାରେ।

ମୀନ: ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଭାବବିହ୍ୱଳ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।