ଭୁବନେଶ୍ୱର,୧୨/୧୧: ଆସନ୍ତା ୨୮ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଥିବା ପୁରୁଷ ହକି ବିଶ୍ୱ କପ୍ ପ୍ରତିଯୋଗିତାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱକପର ଟ୍ରଫିକୁ ଆଜି ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ରାଜ୍ୟରେ କ୍ରୀଡ଼ାର ବିକାଶ ନେଇ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ।
ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଥିଲେ ରାଜ୍ୟରେ କ୍ରୀଡ଼ାର ବିକାଶ ନେଇ ସେ ବେଶ୍ ଆଶାବାଦୀ ଅଟନ୍ତି। ଏହା ବ୍ୟତୀତ ଆଗାମୀ ଦିନରେ ବହୁ ଦକ୍ଷ କ୍ରୀଡ଼ାବିତ୍ ମାନଙ୍କୁ ପ୍ରୋତ୍ସାହନ ଦିଆଯିବ ବୋଲି ପ୍ରକାଶ କରିଛନ୍ତି। ଏହି ଉତ୍ସବରେ କ୍ରୀଡ଼ାମନ୍ତ୍ରୀ ଚନ୍ଦ୍ରସାରଥି ବେହେରାଙ୍କ ସମେତ ବିଭାଗୀୟ ସଚିବ, ନିର୍ଦ୍ଦେଶକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
Next Post