ରାଜ୍ୟରେ ଆଜି ୧୦ ହଜାର ୯୮୨ ନୂଆ ପଜିଟିଭ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୭

ଭୁବନେଶ୍ୱର,୧୨/୫: ରାଜ୍ୟରେ ଗତ ୨୪ ଘଂଟାରେ ୧୦ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬୧୪୯ ଆକ୍ରାନ୍ତ ଥିବା ବେଳେ ସ୍ଥାନୀୟ ଅଂଚଳରୁ ୪୮୩୩ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ସୁନ୍ଦରଗଡ ୯୬୪ ଓ କଟକ ୮୮୫ ମାମଲା ଆସିଛି । ସେହିପରି ଅନୁଗୁଳରୁ ୫୩୯, ସମ୍ବଲପୁରରୁ ୪୫୪, ବଲାଙ୍ଗୀରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, କଳାହାଣ୍ଡିରୁ ୩୭୦, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଦୈନିକ ସଂକ୍ରମଣକୁ ମିଶାଇ ମୋଟ ୫ ଲକ୍ଷ ୬୫ ହଜାର ୬୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୪ଲକ୍ଷ ୬୫ ହଜାର ୧୩୩ଜଣ । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୯୮ ହଜାର ୨୩୦ଜଣ । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୨୩୨ଜଣରେ ପହଂଚିଛି ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବାବେଳେ ଭୁବନେଶ୍ୱରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଦୁଇ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଅଛନ୍ତି ।