ରାଜ୍ୟରେ ଆଜି ୧୧,୭୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୯
ଭୁବନେଶ୍ବର,୧୬ /୫: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୧,୭୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬,୫୬୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଆକ୍ରାନ୍ତ ୫,୧୬୩ ଜଣ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
ରାଜ୍ୟୟାରୀ ଅନୁଗୁଳରୁ ୭୦୦, ବରଗଡ଼ରୁ ୪୧୪, ଭଦ୍ରକରୁ ୪୧୪, ବାଲେଶ୍ୱରରୁ ୪୭୨, ବଲାଙ୍ଗୀରରୁ ୪୦୧, ବୌଦ୍ଧରୁ ୨୭୭, ଦେବଗଡ଼ରୁ ୧୨୯, ଢେଙ୍କାନାଳରୁ ୧୫୩, ଗଜପତିରୁ ୭୭, ଗଞ୍ଜାମରୁ ୨୫୯, ଜଗତସିଂହପୁରରୁ ୩୩୦, ଯାଜପୁରରୁ ୩୮୩, ଝାରସୁଗୁଡ଼ାରୁ ୩୯୧ , କଳାହାଣ୍ଡିରୁ ୨୭୪, କନ୍ଧମାଳରୁ ୮୪, କେନ୍ଦ୍ରାପଡ଼ାରୁ ୧୩୯, କେନ୍ଦୁଝରରୁ ୨୨୦, କୋରାପୁଟରୁ ୨୮୯, ମାଲକାନଗିରିରୁ ୧୪୫, ମୟୂରଭଞ୍ଜରୁ ୪୧୮, ନବରଙ୍ଗପୁରରୁ ୪୧୭, ନୟାଗଡ଼ରୁ ୨୬୧, ନୂଆପଡ଼ାରୁ ୨୨୦, ପୁରୀରୁ ୩୯୦, ରାୟଗଡ଼ାରୁ ୨୪୫, ସମ୍ବଲପୁରରୁ ୫୩୮, ସୋନପୁରରୁ ୨୫୮, ସୁନ୍ଦରଗଡ଼ରୁ ୬୪୧ଜଣ ଓ ଷ୍ଟେଟ୍ ପୁଲରୁ ୨୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ୧୨ହଜାର ୨୨୪ରେ ପହଞ୍ଚିଥିବା ବେଳେ ୫,୦୨,୪୫୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୭୪୦୩ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୩୧୩କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼, ପୁରୀ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।