ଦେଶରେ ଆଜି ୮୦,୮୩୪ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩,୩୦୩

ନୂଆଦିଲ୍ଲୀ,୧୩/୬: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦,୮୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୪ଲକ୍ଷ ୩୯ ହଜାର ୯୮୯ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ଦେଶରେ ୩୩୦୩ଜଣଙ୍କ ମୃତ୍ୟୁ ହୋଇଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩, ୭୦,୩୮୪ରେ ପହଞ୍ଚିଛି।