ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଦିଆଯାଇଛି । ସେହିପରି ୧୧ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଦେଇଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା ଜିଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସୂଚାନନାନୁଯାୟୀ , ସେହିପରି ଜଗତସିଂହପୁର,କଟକ,ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଦେବଗଡ ସୁନ୍ଦରଗଡ, ସମ୍ବଲପୁର, ସୋନପୁର, କୋରାପୁଟ, ନବରଙ୍ଗପୁରକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହି ୧୧ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।