ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ମୁଖ୍ୟ ଜରୁରୀକାଳିନ ୱାର୍ଡରେ ସାମାନ୍ୟ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏଥିରେ କିଛି କ୍ଷୟକ୍ଷତି ଘଟିନଥିବା ଜଣାପଡିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

ଏହା ସକାଳ ପ୍ରାୟ ଭୋରୁ ସମୟରେ ଅଗ୍ନିକାଣ୍ଡ ଘଟିଛି । ସମସ୍ତ ରୋଗୀଙ୍କୁ ନିରାପଦରେ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିିଛି ।