ରାଜ୍ୟରେ ଆଜି ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୫/୭: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୪୮କୁ ବୃଦ୍ଧି ପାଇଛି।

ଆଜି ୫୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହି ୯ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି। ଅପରପକ୍ଷରେ ବରଗଡ଼, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ତେଣେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ଢେଙ୍କାନାଳ, ଭଦ୍ରକ, ‍ବୌଦ୍ଧ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।