ଦେଶରେ ଆଜି ୪୩, ୭୩୩ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୯୩୦

ନୂଆଦିଲ୍ଲୀ, ୭/୭ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩, ୭୩୩ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୩୦ ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୬ ଲକ୍ଷ ୬୩ ହଜାର ୬୬୫ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪ହଜାର ୨୧୧ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୯୯୨୦।