ଭୁବନେଶ୍ୱର,୧୨/୭ : ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ରଥଯାତ୍ରା ଜାରି ରହିଛି । ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟୁଇଟ କରି ନବୀନ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।