ସାପ୍ତାହିକ ରାଶିଫଳ

ତା : ୧ / ୮ / ୨୦୨୧ ରୁ ୭ / ୮ /୨୦୨୧

ମେଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ନିଜର ପଦମର୍ଯ୍ୟାଦା ବୃଦ୍ଧି କରିବେ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଦୂରଯାତ୍ରା ବିପଜ୍ଜନକ ହୋଇପାରେ। ଆଘାତପ୍ରାପ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ ଆନନ୍ଦଲାଭ କରିବେ। ପ୍ରଗତିଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ବୃଷ : ରବିବାର ଓ ସୋମବାର ଜ୍ଞାନ ପିପାସୁ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଶତ୍ରୁ ଉପରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ସାମାନ୍ୟ କଥାକୁ ନେଇ ପରିବାର ମଧ୍ୟରେ ମନାନ୍ତର ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ସହସ୍ର ନାମ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

ମିଥୁନ : ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। କର୍ମକ୍ଷେତ୍ରରେ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶୁକ୍ରବାର ଓ ଶନିବାର ପ୍ରେମରେ ସଫଳତା ଲାଭ କରିବେ। ପାରିବାରିକ ଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମତତ୍ପର ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତ୍ରିପୁରାସୁନ୍ଦରୀ କବଚ ପାଠ କରନ୍ତୁ।

କର୍କଟ : ରବିବାର ଓ ସୋମବାର ନୂତନ ବନ୍ଧୁ ଲାଭ ହୋଇପାରେ। ଭ୍ରାତୃବିବାଦର ସମାଧାନ ପାଇଁ ବ୍ରତୀ ହେବେ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ବାକ୍‌ ସଂଯମତା ରକ୍ଷା କରିବା ଉଚିତ୍‌। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ନୂତନ ଯାନବାହନ କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।

ସିଂହ : ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ମଧ୍ୟମ ଧରଣର ଫଳପ୍ରାପ୍ତି ହେବ। ଯେଉଁ ପରି କର୍ମକରିବେ ସେହି ପ୍ରକାର ଫଳ ପାଇବେ। ଧାର୍ମିକ ଚେତନାରେ ଉଦ୍‌ବୁଦ୍ଧି ହେବେ। ଶୁକ୍ରବାର ଓ ଶନିବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା : ରବିବାର ଓ ସୋମବାର କର୍ମକ୍ଷେତ୍ରରେ ସଫଳତା ଲାଭ ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ମାନସିକ ଅବସାଦ ଦେଖା ଦେଇପାରେ। ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ପ୍ରକୃତି ପ୍ରିୟ ହେବେ। ସାମାଜିକ ମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।

ତୁଳା : ରବିବାର ଓ ସୋମବାର କୌଣସି କାର୍ଯ୍ୟରେ ହସ୍ତକ୍ଷେପ କରିବା ଉଚିତ୍‌ ନୁହେଁ। ଅସମ୍ମାନିତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଶାନ୍ତି ଦେଖାଦେବ। ପଦୋନ୍ନତି ପ୍ରାପ୍ତ କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ମାନସିକ ଦୁଶ୍ଚିନ୍ତା ଦେଖାଦେଇପାରେ। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କନକଧାରା ସ୍ତୋତ୍ର ପାଠ କରନ୍ତୁ।

ବିଛା : ରବିବାର ଓ ସୋମବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ବିରୋଧାଭାଷର ସମ୍ମୁଖୀନ ହେବେ। ଶତ୍ରୁ ବୃଦ୍ଧି ହେବେ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀଯୁକ୍ତ ହେବେ। ବ୍ୟବସାୟରେ ଲାଭବାନ ହେବେ​‌। ଆୟବୃଦ୍ଧି ହେବ। ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।

ଧନୁ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ବୁଧବାର ଓ ଗୁରୁବାର ଆର୍ଥିକସ୍ଥିତି ଉନ୍ନତି ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ପ୍ରଗତିରେ ପଥରୋଧ ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ତାରା କବଚ ପାଠ କରନ୍ତୁ।

ମକର : ରବିବାର ଓ ସୋମବାର କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ଭ୍ରମଣ ପ୍ରିୟ ହେବେ। ଯାତ୍ରା ଅନୁକୂଳ ରହିବ। ମଙ୍ଗଳବାର ଓ ବୁଧବାର ବନ୍ଧୁଙ୍କ ସହଯୋଗ ଲାଭ ହେବ। କୂଟନୀତି ପ୍ରୟୋଗ କରି ଶତ୍ରୁକୁ ପରାସ୍ତ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକୁଶଳୀ ହେବେ। ଜମିବାଡ଼ି କିଣାକିଣି କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀକବଚ ପାଠ କରନ୍ତୁ।

କୁମ୍ଭ : ରବିବାର ଓ ସୋମବାର ଭାବିଚିନ୍ତି କାର୍ଯ୍ୟ ନ କଲେ ବିପଦରେ ପଡ଼ିବେ। ଯାତ୍ରାକାଳୀନ ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ପରୋପକାରୀ ହେବା ସହ ଦାନଶୀଳ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶୁକ୍ରବାର ଓ ଶନିବାର ସମସ୍ୟା ଦୂରୀଭୂତ ହେବ। ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁ ସହସ୍ର ନାମ ପାଠ କରନ୍ତୁ।

ମୀନ : ରବିବାର ଓ ସୋମବାର ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ମାନସିକ ଅବସାଦ ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ଧାର୍ମିକ ଚିନ୍ତାଧାରା ଯୁକ୍ତ ହେବେ। ଆର୍ଥିକ ସ୍ଥିତି ଉନ୍ନତ ରହିବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟଦକ୍ଷ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।