ନୂଆଦିଲ୍ଲୀ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୦,୫୪୯ କରୋନାଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୪୨୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୭,୨୬,୫୦୭ ଓ ମୃତ୍ୟୁସଂଖ୍ୟା ୪,୨୫,୧୯୫ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୮୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୦୮,୯୬,୩୫୪ରେ ପହଞ୍ଚିଛି। ଏହା ବ୍ୟତିରକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୪,୯୫୮।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୭,୮୫,୪୪,୧୧୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୧,୦୯,୫୮୭ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୧ ତାରିଖ ସୁଦ୍ଧା ସମୁଦାୟ ୪୬,୯୬,୪୫,୪୯୪ନମୁନା ପରୀକ୍ଷା ସରିଛି।