ଭୁବନେଶ୍ୱର,୧୧/୮: ଅଗଷ୍ଟ ୧୫ ତାରିଖ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ RTPCR (ଆରଟିପିସିଆର) ଟେଷ୍ଟ ଲ୍ୟାବ କାର୍ଯ୍ୟକ୍ଷମ ହେବ । ମୋଟ ପଜିଟିଭ ମାମଲାରୁ ପାଖାପାଖି ୧୦% ନମୁନା ଆଇଏଲଏସକୁ ପଠାଇବା ଲାଗି ସବୁ ସେଣ୍ଟିନେଲ ସାଇଟ ଓ ଲାବୋରେଟୋରିକୁ କୁହାଯାଇଛି । ଆଉ ସେମାନେ ପଠାଉଛନ୍ତି । ଏବେ ସୁଦ୍ଧା ୧୪ ଜିଲ୍ଲାରେ ଆରଟିପିସିଆର ଟେଷ୍ଟ ଲ୍ୟାବ ରହିଛି । ଆଉ ୧୬ ଜିଲ୍ଲାରେ ଲ୍ୟାବ ସ୍ଥାପନ ଲାଗି ଟେଣ୍ଡର ଦିଆସରିଛି । ବିଏସଏଲ୨ ଲାବୋରେଟୋରି ସ୍ଥାପନ କାମ ଚାଲିଛି । ଉପକରଣ ଓ ଯନ୍ତ୍ରାଂଶ ଲଗାଯାଉଛି । ଅଗଷ୍ଟ ୧୫ ପୂର୍ବରୁ ସବୁ ଲ୍ୟାବ ଚାଲୁ ହେବ ବୋଲି ଯୋଜନା ରହିଛି । କିଛି ଏଭଳି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।