ନୂଆଦିଲ୍ଲୀ,୨୧/୮: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଆଜି ସଂକ୍ରମଣ ସଂଖ୍ୟା ୩୦,୦୦୦ପାର କରିଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ଟପିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୪୫୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୭୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୩,୯୩,୨୮୬ ଓ ମୃତ୍ୟୁସଂଖ୍ୟା ୪,୩୩,୯୪୬ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୩୪୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୫,୯୭,୯୮୨ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୧,୩୪୦ ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୩୬,୩୬,୦୪୩ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୭,୬୧,୧୭,୩୫୦ ଜଣଙ୍କୁ ଟିକା ଦିଆଯାଇସାରିଛି।