ଖୋର୍ଦ୍ଧ,୨୧/୮: ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ସ୍ଥାନୀୟ ବିଡିଏ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଗାମୀ ପଂଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ କର୍ମୀମାନଙ୍କୁ କୁହାଯାଇଛି । ରାଜ୍ୟ ସରକାରକାରଙ୍କର ଲୋକ ହିତକାରୀ କାର୍ଯ୍ୟକ୍ରମକୁ ଲୋକମାନଙ୍କ ପାଖରେ ପହଂଚେଇବା ନେଇ ପରାମର୍ଶ ଦିଆଯିବା ସହ ୧୦ଟି ଟିପ୍ପଣିକୁ ଗୁରୁତ୍ବ ଦିଆଯାଇଛି ।
ଏଥିରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷିକା ବିଧାୟିକା ପ୍ରମିଳା ମଲ୍ଲିକ, ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର, ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ, ବିଜେଡି ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ବଳବନ୍ତରାୟ, ପୁର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବାସି ମହାପାତ୍ର ପ୍ରମୁଖ ବିଜେଡି ନେତା ଓ ବହୁ କର୍ମୀ ଯୋଗଦେଇଥିଲେ ।